Latest Odisha News

BREAKING NEWS

ଅସହ୍ୟ ଜାଡ଼ରେ ଥରୁଛି ଓଡିଶା; ଫୁଲବାଣୀରେ ୫ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ବର: ଅସହ୍ୟ ଜାଡ଼ରେ ଥରୁଛି ଓଡିଶା। ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଶୀତର ପ୍ରକୋପ ଏବେ ଅଧିକ ରହିଥିବା ବେଳେ ଆସନ୍ତା ୨ରୁ ୩ ଦିନ ଭିତରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ମାତ୍ର ୮ ତାରିଖରୁ ପୁଣି ଥିରେ ପାରଦସ୍ତର ଖସିବା ସହ ଶୀତ ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବ ସୂଚନା ଅନୁଯାୟୀ, ଫୁଲବାଣୀର ରାତ୍ରି ତାପମାତ୍ରା ପୁଣି ଥରେ ୫ ଡିଗ୍ରି ତଳକୁ ଖସି ୪.୫ ଡିଗ୍ରି ରେକର୍ଡ ପହଞ୍ଚିଛି। ଏଥିସହ ୯ଟି ସହରର ତାପମାତ୍ରା ୧୦ ଡିଗ୍ରି ତଳକୁ ଖସିଥିବା ସୂଚନା। ରାଜ୍ୟର ଅଧିକାଂଶ ସ୍ଥାନର ସର୍ବନିମ୍ନ ରାତ୍ରି ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏପରି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆସନ୍ତା ୫ରୁ ୭ ତାରିଖ ଭିତରେ ରାଜ୍ୟର କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା କମିବା ଯୋଗୁଁ ଶୀତର ପ୍ରକୋପ କିଛି ବଢ଼ିବ। ଆସନ୍ତା ୯ ତାରିଖରୁ ରାଜ୍ୟର ଅନେକ ସ୍ଥାନରେ ସର୍ବନିମ୍ନ ତାପମା‌ତ୍ରା ମଧ୍ୟ ବଢ଼ିବା ଆରମ୍ଭ କରିବ ବୋଲି ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ।

୧୩ ତାରିଖ ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଫଳରେ ଶୀତ ବି‌‌ଶେଷ ଅନୁଭୂତ ହେବ ନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ଅନ୍ୟପଟେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୪.୫ ଡିଗ୍ରି ରେକର୍ଡ ହୋଇଛି। ସେହିପରି ଦାରିଙ୍ଗବାଡ଼ିରେ ୮.୦ , ଝାରସୁଗୁଡ଼ା ୯.୨, କେନ୍ଦୁଝର ୯.୪, ବଲାଙ୍ଗୀର ୯.୫, ସୁନ୍ଦରଗଡ଼ ୯.୮, କୋରାପୁଟ ୮.୫ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ଅବଶିଷ୍ଟ ଅଞ୍ଚଳରେ ତାପମାତ୍ରା‌ ୧୦ରୁ ୧୫ ଡିଗ୍ରି ପର୍ଯ୍ୟନ୍ତ ରହିଛି। ଅଧିକାଂଶ ଜିଲ୍ଲାରେ ସର୍ବନିମ୍ନ ରାତ୍ରି ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ କମ୍‌ ରହିଥିବା ଦେଖିବାକୁ ମିଳିଛି।

Leave A Reply

Your email address will not be published.