Latest Odisha News

ଆଜିଠୁ ରାଜ୍ୟରେ ପୁଣି ବଢିବ ଶୀତ

ଭୁବନେଶ୍ବର: ରାଜ୍ୟରେ ବର୍ଷାର ପରିମାଣ କମିବା ପରେ ଆଜିଠୁ ପୁଣି ଶୀତ ବଢିବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ପାରଦ।

ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରୀକୁ ଖସିବାର ସମ୍ଭାବନା ରହିଛି।

ତେବେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଏବଂ ଗଂଜାମ ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲିଠୁ ବଢିପାରେ କୁହୁଡ଼ି। ୧୮ ଏବଂ ୧୯ ତାରିଖରେ ସକାଳେ ଘନ କୁହୁଡ଼ି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Comments are closed.