Latest Odisha News

BREAKING NEWS

Cold Wave: ଆହୁରି ୩ ଦିନ ରାଜ୍ୟରେ ଜାରି ରହିବ ଶୀତ ଲହରୀ

ଭୁବନେଶ୍ୱର: ୧୨ ତାରିଖ ଯାଏଁ ରାଜ୍ୟରେ ଶୀତ ଲହରି ବହିପାରେ । ଅସମ୍ଭାଳ ଜାଡ଼ ସାଙ୍ଗକୁ କାଲୁଆ ପବନ ବୋହିବ । ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଶୀତଲହରୀ ଜାରି ରହିଛି । ୧୩ ତାରିଖରୁ ରାଜ୍ୟରେ ଶୀତ ସାମାନ୍ୟ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ବିଜ୍ଞାନ କେନ୍ଦ୍ର ।

ଆଜି ୩ ଜିଲ୍ଲା ସୁନ୍ଦରଗଡ଼, ଅନୁଗୁଳ ଓ ଝାରସୁଗୁଡ଼ାରେ ଶୀତଲହରୀ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ଠାରୁ ୫ରୁ ୬ ଡିଗ୍ରୀ କମ ରହିଥିବା ବେଳେ ଦକ୍ଷିଣ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ କମ ରହିଛି । ଏହି ୩ଟି ଜିଲ୍ଲାରେ ଘନ କୁହୁଡ଼ି ବି ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି ।

୧୦ ଡିଗ୍ରୀ ତଳେ ରହିଛି ରାଜ୍ୟର ୧୧ ସହର । କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪.୩ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ୱରରେ ୧୧.୯ ଓ କଟକରେ ରାତି ତାପମାତ୍ରା ୧୧.୮ ଡିଗ୍ରୀ ରହିଥିଲା । ଏଥିସହ ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ଝାରସୁଗୁଡ଼ା ୯.୬ ଡିଗ୍ରି ସହ ସବୁଠୁ ଥଣ୍ଡା ରେକର୍ଡ କରାଯାଇଛି ।

Leave A Reply

Your email address will not be published.