Latest Odisha News

BREAKING NEWS

ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଢିବ ଶୀତ, ଏସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡିଶାରେ ପୁଣି ଶୀତ ଲହରୀ ଜାରି ରହିବ। ଯାହା ଫଳରେ ଫେବୃଆରୀ ୧ ତାରିଖ ପର୍ଯ୍ୟନ୍ତ ଥଣ୍ଡା ଅନୁଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି।

ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ତିନି ଦିନ ମଧ୍ୟରେ ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ ଏବଂ ବାକି ଜିଲ୍ଲାରେ ୨ରୁ ୩ ଡିଗ୍ରୀ ସେଲସିୟସ ହ୍ରାସ ପାଇବ।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ, ପୁରୀ, ଢେଙ୍କାନାଳ ଏବଂ ମୟୂରଭଞ୍ଜରେ ଜାନୁଆରୀ ୩୧ ଯାଏଁ ଆଇଏମଡି ପକ୍ଷରୁ ଘନ କୁହୁଡ଼ି ପାଇଁ ଦୁଇ ଦିନିଆ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା,, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଏବଂ ଭଦ୍ରକ ଆଦି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି।

ଏହା ବ୍ୟତୀତ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗୁରୁବାର ରାତ୍ରିରେ ବର୍ଷା ହେବାର ଆଶଙ୍କା ରହିଛି। ଆହୁରି ମଧ୍ୟ ଶନିବାର ଠାରୁ ରାତିର ତାପମାତ୍ରାରେ ତୀବ୍ର ହ୍ରାସ ଘଟିବ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.