Latest Odisha News

Cold Weather: ଶୀତରେ ଥରୁଛି ସାରା ଓଡ଼ିଶା, ଆହୁରୀ ୩ ଦିନ ଘନକୁହୁଡ଼ି ପଡ଼ିବାର ଆଶଙ୍କା

ଭୁବନେଶ୍ୱର: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା। ଉପକୂଳରୁ ଉପାନ୍ତ ସବୁଠି ଶୀତ ଲହରୀ। ଆହୁରୀ ୩ ଦିନ ଯାଏଁ ଘନକୁହୁଡ଼ି ପଡ଼ିବାର ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ଥିବାରୁ ଜନଜୀବନ ପ୍ରଭାବିତ ହେଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି।

ଦାରିଙ୍ଗିବାଡ଼ିଠାରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରି ରେକର୍ଡ ହୋଇଛି। ପରବର୍ତ୍ତୀ ୩ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବଢ଼ିବାର ସମ୍ଭାବନା ରହିଛି। ଏହା ପରେ ପୁଣି ବିଭିନ୍ନ ଜିଲ୍ଲାରେ ୨ରୁ ୪ ଡିଗ୍ରି ସେଲିସିୟସ କମିବ ତାପମାତ୍ରା। ଶୀତ ସହିତ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି।

ସକାଳୁ ସକାଳୁ ପ୍ରବଳ କୁହୁଡ଼ି ଯୋଗୁ ରାସ୍ତା ଠିକରେ ଦେଖାଯାଉନାହିଁ । ଫଳରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି। ଘନ କୁହୁଡ଼ି ଯୋଗୁଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଏହିଭଳି ଘନକୁହୁଡ଼ି ପଡ଼ିବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.