ଭବାନୀପାଟଣା : କେସିଙ୍ଗା ବ୍ଲକ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ୬୭ ଜଣ ଅଭିଯୋଗପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୫୪ଟି ବ୍ୟକ୍ତିଗତ ସମସ୍ୟା ଥିବା ବେଳେ ୧୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ଜିଲାପାଳ ଅଭିଯୋଗ ଶୁଣିବା ପରେ ତୁରନ୍ତ ସମାଧାନ ମଧ୍ୟ କରିଥିଲେ । ଏହି ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲ, ଉପ ଜିଲ୍ଲାପାଳ ଡ ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି, ଉପାଧ୍ୟକ୍ଷ ରାଜଲକ୍ଷ୍ମୀ ପଟ୍ଟନାୟକଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
BREAKING NEWS
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ

Comments are closed.