ଭୁବନେଶ୍ବର: ରାଜଧାନୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଇମ୍ଫୋଭାଲି ଥାନା ମଦନପୁରର ରାଜ ରାସ୍ତାରେ ଜଳିଗଲେ ଜଣେ ଘରୋଇ କଲେଜ ଛାତ୍ର । ଅର୍ଧଦଗ୍ଧ ଅବସ୍ଥାରେ ଆହତ ଛାତ୍ରଙ୍କୁ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଛାତ୍ର ଜଣକଙ୍କର ପରିଚୟ ସମ୍ବଲପୁରର ପ୍ରଦୀପ ପାଢୀ ବୋଲି ଜଣାପଡ଼ିଛି ।
ସୂଚନା ମୁତାବକ, ଇମ୍ଫୋଭାଲି ଥାନା ଅଧିନ ମଦନପୁର ରାସ୍ତାରେ ଛାତ୍ର ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଛନ୍ତି ନାଁ କେହି ଦୁର୍ବୃତ୍ତ ତାଙ୍କୁ ଜାଳି ଦେଇଛି ଏନେଇ କୌଣସି ସୂଚନା ନାହିଁ । ଛାତ୍ରଙ୍କୁ ଜଳୁଥିବାର ଦେଖି ପ୍ରଥମେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇ ଛାତ୍ର ଜଣଙ୍କୁ ତୁରନ୍ତ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରିଥିଲେ ।
ହେଲେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ତେବେ କିପରି ଏ ଘଟଣା ଘଟିଲା ସେନେଇ ତଦନ୍ତ କରୁଛି ଇମ୍ଫୋଭାଲି ପୋଲିସ ।
Comments are closed.