ନୂଆଦିଲ୍ଲୀ: ମହାମାରୀ କରୋନା ସମୟରେ ଜରୁରୀ ସେବା ଯୋଗାଉଥିବା ଡାକ କର୍ମଚାରୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଯଦି କରୋନା ଭୂତାଣୁରେ ସଂକ୍ରମିତ ହୋଇ ଡାକ କର୍ମଚାରୀ ପ୍ରାଣ ହରାନ୍ତି ତେବେ ସେମାନଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ ।
କରୋନା ସଂକ୍ରମଣ କାଳରେ ବିଭିନ୍ନ ଡାକସେବା ସହ ଏହି ବ୍ୟାଧିର ଚିକିତ୍ସା ଓ ନିରାକରଣରେ ବ୍ୟବହୃତ ହେଉଥିବା ଔଷଧ ସାମଗ୍ରୀ/ପାର୍ସଲ ଆଦି ବାଣ୍ଟୁଛନ୍ତି । ଏହି ଦାୟିତ୍ୱ ନିର୍ବାହନ କାଳରେ ସେମାନେ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହେବାର ସମ୍ଭାବନା ରହିଛି । ତେଣୁ ଏଭଳି ସ୍ଥିତିରେ ଯଦି କୌଣସି ଡାକ କର୍ମଚାରୀଙ୍କର ମୃତ୍ୟୁ ଘଟେ ସେମାନଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦିଆଯିବ ।
ଉଭୟ ଗ୍ରାମୀଣ ତଥା ଅନ୍ୟାନ୍ୟ ଡାକ କର୍ମଚାରୀମାନେ ଏହି ସୁବିଧା ପାଇବେ । ଏଥିପାଇଁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି । ଡାକ କର୍ମଚାରୀ ଏବଂ ଗ୍ରାମାଞ୍ଚଳରେ ସବୁ ଡାକଘର ଓ ଗ୍ରାମୀଣ ଡାକସେବକ ନିଜର କର୍ତ୍ତବ୍ୟ ପାଳନ ଅବସରରେ ଅତ୍ୟାବଶ୍ୟକ ସେବା ଯୋଗାଇବା ସହ କୋଭିଡ-୧୯ ସଂକଟ କାଳରେ ଏକ ବଡ ସାମାଜିକ ଦାୟିତ୍ୱ ନିର୍ବାହ କରୁଛନ୍ତି । ଏହାକୁ ନଜରରେ ରଖି ସରକାର ସେମାନଙ୍କ ପାଇଁ ଏଭଳି ବଡ ପଦକ୍ଷେପ ନେଇଛନ୍ତି ।
BREAKING NEWS
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
Comments are closed.