Latest Odisha News

BREAKING NEWS

ଅଗଷ୍ଟ ୧ରୁ ଅନଲକ୍ ହେବନି ସାରା ଓଡ଼ିଶା ! ପରୋକ୍ଷରେ ଇସାରା କଲେ ଡିଏମଇଟି

ଭୁବନେଶ୍ୱର: ଆସନ୍ତା ୧ ତାରିଖର ସକାଳ ୬ଟାରେ ଶେଷ ହେଉଛି ତୃତୀୟ ପର୍ୟ୍ୟାୟ ଆଂଶିକ ଲକଡାଉନ୍ । ୧ ତାରିଖରୁ ସାରା ଓଡ଼ିଶା ସମ୍ପୂର୍ଣ୍ଣ ଅନଲକ ହୋଇ ନପାରେ । ଡିଏମଇଟି ଡାକ୍ତର ସିବିକେ ମହାନ୍ତି ଆଜି ଗଣମାଧ୍ୟମକୁ ଦେଇଥିବା ସୂଚନାରୁ ଏଭଳି ଇସାରା ମିଳିଛି ।

ସେ କହିଛନ୍ତି, ରାଜ୍ୟରେ ସମ୍ପୂର୍ଣ୍ଣ ଅନଲକ୍ ହେଲା ଭଳି ପରିସ୍ଥିତି ଉପୁଜିନାହିଁ । ଜିଲ୍ଲା ଅନୁଯାୟୀ ସ୍ଥିତିକୁ ଅନୁଧ୍ୟାନ କରି ଅଗଷ୍ଟ ମାସ ପାଇଁ ଗାଇଡ଼ଲାଇନ ଘୋଷଣା କରିବେ ରାଜ୍ୟ ସରକାର ।

କଟକ ଭୁବନେଶ୍ଵରରେ କରୋନା ସ୍ଥିତି ସ୍ଥିର ରହିଛି । ଆଗରୁ ପାଞ୍ଚ ଶହ ଉପରେ ରହୁଥିଲା ଦୈନିକ ପଜିଟିଭ ସଂଖ୍ୟା । ଏବେ ଚାରି ଶହ ଭିତରେ ରହିଛି । ବର୍ତ୍ତମାନ ପୁରା ଖୋଲା ଛଡ଼ାଯାଇ ପାରିବ ନାହିଁ ବୋଲି ଡିଏମଇଟି କହିଛନ୍ତି ।

ତେବେ ୧ ପ୍ରତିଶତରୁ କମ୍ ପଜିଟିଭ୍ ହାର ଥିବା ଜିଲ୍ଲାରେ କଟକଣାକୁ ଅଧିକ କୋହଳ କରିପାରନ୍ତି ସରକାର । ଏଦିଗରେ ବିଚାରବିମର୍ଶ ଚାଲିଥିବା ସୂଚନା ମିଳିଛି । ଆଜି କିମ୍ବା ଆସନ୍ତାକାଲି ଆସିପାରେ ନୂଆ ଗାଇଡଲାଇନ୍ । କେଉଁ କ୍ଷେତ୍ରକୁ ଅଧିକ କୋହଳ ମିଳିବ ଓ କେଉଁଠି କଟକଣା ବଳବତ୍ତର ରହିବ ତାଉପରେ ରାଜ୍ୟବାସୀଙ୍କ ନଜର ରହିଛି ।

Leave A Reply

Your email address will not be published.