Latest Odisha News

ସମସ୍ତ କିନ୍ନରଙ୍କୁ ମିଳିବ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟସେବାର ଲାଭ

ନୂଆଦିଲ୍ଲୀ: ସମସ୍ତ କିନ୍ନରଙ୍କୁ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ପୂର୍ଣ୍ଣାଙ୍ଗ ସ୍ୱାସ୍ଥ୍ୟ ସେବା ସୁବିଧା ମିଳିବ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ କହିଛନ୍ତି ଯେ ଦେଶର କିନ୍ନର ସମୁଦାୟଙ୍କୁ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ପୂର୍ଣ୍ଣାଙ୍ଗ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବ । ଏଥିପାଇଁ ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ ଓ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।

BjdElectrycity

 ଏହା ଦ୍ୱାରା ସେମାନେ ସମାଜରେ ଉପଯୁକ୍ତ ମର୍ଯ୍ୟାଦାଜନକ  ସ୍ଥାନ ପାଇପାରିବେ  । ଏହା ମଧ୍ୟ ସମାଜରେ ଏକ ଐତିହାସିକ ପରିବର୍ତ୍ତନ ନିମନ୍ତେ ଆଧାରଶୀଳା ଭାବେ କାର୍ଯ୍ୟ କରିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସରକାର ଅନ୍ତ୍ୟୋଦୟ ମାଧ୍ୟମରେ ସୁବିଧା ସୁଯୋଗରୁ ବଂଚିତ ଶେଷତମ ନାଗରିକର କଲ୍ୟାଣ ପାଇଁ ଅଭିପ୍ରେତ ହୋଇ କାର୍ଯ୍ୟ କରୁଛନ୍ତି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଥିଲେ ।

 କିନ୍ନର ସମୁଦାୟଙ୍କୁ ସମସ୍ତ ପ୍ରକାର ଅଧିକାର ପ୍ରଦାନ ସହିତ ସେମାନଙ୍କ କଲ୍ୟାଣ ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ସେ ଉଲ୍ଲେଖ କରିଥିଲେ ।

ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ନାନାବିଧ ପଦକ୍ଷେପ ନେଉଥିବାରୁ ସ୍ୱାସ୍ଥ୍ୟମନ୍ତ୍ରୀ ତାହାକୁ ସ୍ୱାଗତ କରି ମନ୍ତ୍ରଣାଳୟକୁ ଅଭିନନ୍ଦନ ଜଣାଇଥିଲେ ।

 ସେ କହିଥିଲେ ଯେ କିନ୍ନର ସୁରକ୍ଷା ଓ ଅଧିକାର ଆଇନ ୨୦୧୯, ଗରିମା ଗୃହ, ପିଏମ୍ ଦକ୍ଷ ଭଳି ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ଆଦି ସମ୍ପୃକ୍ତ ସମୁଦାୟର କଲ୍ୟାଣ ପାଇଁ ଉଦ୍ଦିଷ୍ଟ ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ ଡକ୍ଟର ବୀରେନ୍ଦ୍ର କୁମାର କହିଥିଲେ ଯେ ସମାଜରେ ପରିବର୍ତ୍ତନ ଆଣିବାକୁ ସରାକର ଉତ୍ସର୍ଗୀକୃତ ଭାବେ କାମ କରୁଛନ୍ତି । ଏସବୁ ପଦକ୍ଷେପ ଦ୍ୱାରା ସାମାଜିକ ଦୃଷ୍ଟିରୁ ଉପେକ୍ଷିତ ଓ ବଞ୍ଚିତତ ବର୍ଗର ଲୋକମାନେ ମର୍ଯ୍ୟାଦାର ସହ ବଞ୍ଚିବାର ସୁଯୋଗ ସୁବିଧା ପାଇବେ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.