ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର : ଓଟିଭିର ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଯୁବ ସାମ୍ବାଦିକ ତଥା ମୋର ବନ୍ଧୁ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ବ୍ୟକ୍ତିଗତ ଭାବେ ଦୁଃଖିତ ଓ ମର୍ମାହତ ବୋଲି ଶୋକବାର୍ତ୍ତାରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ।

ସେ କହିଛନ୍ତି ଯେ, ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଅରିନ୍ଦମଙ୍କ ସହ ବହୁ ଥର ଦେଖା ସାକ୍ଷାତ ହୋଇଛି । ବିଭିନ୍ନ ସମୟରେ ଦୁଃସାହସିକ ରିପୋର୍ଟିଂ କରି ସେ ଓଡ଼ିଆ ଗଣମାଧ୍ୟମରେ ନିଜର ସ୍ବତନ୍ତ୍ର ପରିଚୟ ତିଆରି କରିଥିଲେ । ତାଙ୍କର ଅକାଳ ବିୟୋଗ ଓଡ଼ିଶା ଗଣମାଧ୍ୟମ ଜଗତରେ ଅପୂରଣୀୟ ଶୂନ୍ୟସ୍ଥାନ ତିଆରି କରିଛି । ଅରିନ୍ଦମଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।