ଭୁବନେଶ୍ଵର: ପରଲୋକରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି । ୬୭ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହେଶ୍ଵର ମହାନ୍ତିଙ୍କ ପରଲୋକ । ତାଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ତାଙ୍କ ବିୟୋଗରେ ବିଜେଡି ରାଜ୍ୟ ସଭା ସାଂସଦ ମାନସ ମଙ୍ଗରାଜ ଗଭୀର ଶୋକ ପ୍ରକାଶ କରି କହିଛନ୍ତି ଯେ ଏକ ଯୁଗର ଶେଷ ହୋଇଛି । ଏଥିସହ ଶୋକ ସନ୍ତପ୍ତ ପରିବାରଙ୍କ ପ୍ରତି ହୃଦୟରୁ ଗଭୀର ସମବେଦନା ଜଣାଇଛନ୍ତି । ତୃଣମୂଳ ସ୍ତରରେ ଦଳକୁ ମଜବୁତ କରିବାରେ ତାଙ୍କର ଅବଦାନ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି ସାଂସଦ ମାନସ ମଙ୍ଗରାଜ ।
End of an Era! The entire Puri district as well as our party lost a stalwart today. I feel deeply saddened at the demise of former Minister, Ex-Speaker and five-time MLA from Puri, Shri Maheswar Mohanty.
His contribution in strengthening the party at the grassroots level, will… pic.twitter.com/LYr26JnV2h
— Manas Mangaraj (@manasrmangaraj) November 7, 2023
ସେହିପରି ବିଜେଡି ବିଧାୟକ ତଥା ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶୋକ ପ୍ରକାଶ କରି ତାଙ୍କ ଏକ୍ସରେ ଲେଖିଛନ୍ତି ଯେ, ଆମ ଦଳର ବରିଷ୍ଠ ନେତା,ପୂର୍ବତନ ବିଧାୟକ ଓ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ । ଜନସେବାରେ ତାଙ୍କ ଉତ୍ସର୍ଗୀକୃତ ଜୀବନ ଆଦର୍ଶ ଆମ ପାଇଁ ପ୍ରେରଣା । ତାଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଉଛି ବୋଲି ଲେଖିଛନ୍ତି ପ୍ରଣବ ।
ଆମ ଦଳର ବରିଷ୍ଠ ନେତା,ପୂର୍ବତନ ବିଧାୟକ ଓ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ।ଜନସେବାରେ ତାଙ୍କ ଉତ୍ସର୍ଗୀକୃତ ଜୀବନ ଆଦର୍ଶ ଆମ ପାଇଁ ପ୍ରେରଣା। ତାଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ତାଙ୍କ ଅମରଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଉଛି।
— Pranab Prakash Das (@pranabpdas) November 7, 2023
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ରାଜ୍ୟ ରାଜନୀତିରେ ସେ ଜଣେ କୁଶଳୀ ରାଜନେତା ଥିଲେ । ବିଶେଷ ଭାବରେ ଲମ୍ବା ସମୟ ଧରି ଜନପ୍ରତିନିଧି ଭାବରେ ପୁରୀବାସୀଙ୍କ ପାଇଁ ସେ କରିଥିବା କାର୍ଯ୍ୟ ସବୁ ଦିନ ପାଇଁ ମନେରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ରାଜ୍ୟ ରାଜନୀତିରେ ସେ ଜଣେ କୁଶଳୀ ରାଜନେତା ଥିଲେ । ବିଶେଷ ଭାବରେ ଲମ୍ବା ସମୟ ଧରି ଜନପ୍ରତିନିଧି ଭାବରେ ପୁରୀବାସୀଙ୍କ ପାଇଁ ସେ କରିଥିବା କାର୍ଯ୍ୟ ସବୁ ଦିନ ପାଇଁ ମନେରହିବ । ଅମର ଆତ୍ମାର…
— Dharmendra Pradhan (@dpradhanbjp) November 7, 2023
ଅନ୍ୟପଟେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ମହେଶ୍ୱର ମହାନ୍ତିଙ୍କୁ ଦକ୍ଷ ବିଧାୟକ, କ୍ରିୟାଶୀଳ ମନ୍ତ୍ରୀ ଓ ଲୋକପ୍ରିୟ ରାଜନେତା ଭାବରେ ପ୍ରକାଶ କରି ଶୋକସନ୍ତପ ପରିବାରବର୍ଗ, ଆତ୍ମୀୟସ୍ୱଜନ ଓ ଅନୁଗାମୀମାନଙ୍କୁ ସମବେଦନା ଜ୍ଞାପନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ ।
ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ଓ ମନ୍ତ୍ରୀ ମହେଶ୍ଵର ମହାନ୍ତିଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ବ୍ୟକ୍ତ କରିଛନ୍ତି l ତାଙ୍କୁ ଦକ୍ଷ ବିଧାୟକ, କ୍ରିୟାଶୀଳ ମନ୍ତ୍ରୀ ଓ ଲୋକପ୍ରିୟ ରାଜନେତା ଭାବରେ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ,ଆତ୍ମୀୟସ୍ଵଜନ ଓ ଅନୁଗାମୀମାନଙ୍କୁ ସମବେଦନା ଜ୍ଞାପନ କରିଛନ୍ତି l ଓଁ ଶାନ୍ତି ?
— Governor Odisha (@GovernorOdisha) November 7, 2023
ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶ୍ରୀଯୁକ୍ତ ମହେଶ୍ୱର ମହାନ୍ତିଙ୍କ ନିଧନ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ସମବେଦନା । ତାଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଅଛି ବୋଲି ଟ୍ଵିଟ କରି ଶୋକ ପ୍ରକାଶ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।
ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶ୍ରୀଯୁକ୍ତ ମହେଶ୍ୱର ମହାନ୍ତିଙ୍କ ନିଧନ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ସମବେଦନା । ତାଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଅଛି । ଓଁ ଶାନ୍ତି ? pic.twitter.com/vPmA8DqbIR
— PRAMILA MALIK ?? (@pramila_mallick) November 7, 2023
Comments are closed.