Latest Odisha News

BREAKING NEWS

ରାଜ୍ୟରେ ୨୪ ଘଣ୍ଟାରେ ହୋଇଛି ୫୯ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୯ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୯,୪୯୨ କରୋନା ନମୁନା ପରୀକ୍ଷା ହୋଇଛି।

ଏଥିମଧ୍ୟରୁ ୫୨,୧୯୫ ଜଣଙ୍କର ଆଣ୍ଟିଜେନ, ୭୧୭୨ ଟି ଆରଟିପିସିଆର୍ ଓ ୧୨୫ ଟି ଟ୍ରୁନଟ୍‌ ପରୀକ୍ଷା ହୋଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା ହେବା ଫଳରେ ନମୁନା ପରୀକ୍ଷଣ ସଂଖ୍ୟା ଇତିମଧ୍ୟରେ ୨୫ ଲକ୍ଷ ପାଖାପାଖି ପହଂଚିଲାଣି ।

Comments are closed.