Latest Odisha News

BREAKING NEWS

ଆସ୍କା କଂଗ୍ରେସ ପ୍ରାର୍ଥୀ ମନୋଜ ଜେନାଙ୍କ ଦେହାନ୍ତ

ବ୍ରହ୍ମପୁର/ଭୁବନେଶ୍ୱର : ଆସ୍କା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନାଙ୍କୁ କେହି ଦୁବୃର୍ତ୍ତ ବୁଧବାର ଦିନ ଆକ୍ରମଣ କରିଥିବା ବେଳେ ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ଘଟିଛି ।

ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଛି ।

ଓଡିଶାରେ ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ମନୋଜ ଦୁବୃର୍ତ୍ତଙ୍କ ଗୁଳି ମାଡର ଶୀକାର ହୋଇ ଗୁରୁତର ଆହତ ହୋଇଥିଲେ ।

ଉଲ୍ଲେଖଯୋଗ୍ୟ, ମନୋଜଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା ।

Leave A Reply

Your email address will not be published.