ଭୁବନେଶ୍ବର : ପଞ୍ଚାୟତ ନିର୍ବାଚନ ପାଇଁ ଷ୍ଟାର କ୍ୟାମ୍ପେନର ତାଲିକା ଘୋଷଣା କରିଛି କଂଗ୍ରେସ । ପିସିସି ପକ୍ଷରୁ ଏକ ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି । ଏହି ତାଲିକାରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ତଥା ସାଂସଦ ଡ. ଏ ଚେଲ୍ଲା କୁମାରଙ୍କ ସହିତ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସାମିଲ ଅଛନ୍ତି ।
ସେହିପରି ଏଆଇସିସି ସଂପାଦକ ରୁଦ୍ର ରାଜୁ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ଚିରଞ୍ଜିବ ବିଶ୍ବାଳ, ଶରତ ପଟ୍ଟନାୟକ, ଜୟଦେବ ଜେନା, ପଞ୍ଚାନନ କାନୁନଗୋ, ସପ୍ତଗିରୀ ଉଲ୍ଲାକା, ସୁରେଶ କୁମାର ରାଉତରାୟ, ତାରା ପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ, କିଶୋର ଚନ୍ଦ୍ର ପଟେଲ, ବିଜୟଲକ୍ଷ୍ମୀ ସାହୁ, ସତ୍ୟପ୍ରକାଶ ନାୟକ, ସୁରେଶ ମହାପାତ୍ର ପ୍ରମୁଖ ଅଛନ୍ତି । ଏହାସହ ଛତିଶଗଡ଼ ପ୍ରଦେଶ କଂଗ୍ରେସ ସଭାପତି ମୋହନ ମରକମଙ୍କ ସମେତ ଛତିଶଗଡ଼ର କ୍ୟାବିନେଟ ମନ୍ତ୍ରୀ ଅମରଜିତ ଭଗତ ଓ କାୱାସି ଲକ୍ଷ୍ମା ମଧ୍ୟ ରହିଛନ୍ତି । ଏମାନେ ସମସ୍ତେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବହୁଳ ଭାବେ ପ୍ରଚାର କରିବେ ବୋଲି ପିସିସି ଉପସଭାପତି ତଥା ନିର୍ବାଚନ ପରିଚାଳନା କମିଟିର ଆବାହକ ଯଜ୍ଞେଶ୍ବର ବାବୁ ସୂଚନା ଦେଇଛନ୍ତି ।
Comments are closed.