ନୂଆଦିଲ୍ଲୀ: ହସ୍ପିଟାଲରେ ଭର୍ତ୍ତି ହେଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ଅସୁସ୍ଥତା ଯୋଗୁଁ ତାଙ୍କୁ ରାଜଧାନୀ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଜାତୀୟ ଗଣମାଧ୍ୟମର ସୂଚନା ମୁତାବକ ରବିବାର ସଂଧ୍ୟାରେ ନିୟମିତ ଚେକ୍ଅପ୍ ପାଇଁ ସେ ହସ୍ପିଟାଲ ପହଂଚିଛନ୍ତି ।
୭୩ ବର୍ଷୀୟ ସୋନିଆ ଗାନ୍ଧୀ ଗତ କିଛି ବର୍ଷ ହେବ ସ୍ୱାସ୍ଥ୍ୟଜନିତ ସମସ୍ୟାରେ ପୀଡିତ ଅଛନ୍ତି । ଏଥିପାଇଁ ସେ ପୂର୍ବ ପରି ଆଉ ନିର୍ବାଚନ ରାଲିକୁ ମଧ୍ୟ ଯିବା କମ କରି ଦେଇଛନ୍ତି । କିନ୍ତୁ ଲୋକସଭା ନିର୍ବାଚନରେ କଂଗ୍ରେସର ପରାଜୟ ପାରେ ଓ ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ସେ ପୁଣିଥରେ ଦଳର ଦାୟିତ୍ୱ ସମ୍ଭାଳିଛନ୍ତି ।
ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ମୃତ୍ୟୁର ୭ ବର୍ଷ ପରେ ୧୯୯୮ରେ ପ୍ରଥମେ କଂଗ୍ରେସ ମଙ୍ଗ ଧରି ଥିଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ତାଙ୍କ ନେତୃତ୍ୱରେ ଦଳ ୨୦୦୪ ଏବଂ ୨୦୦୯ରେ କେନ୍ଦ୍ରରେ କ୍ଷମତାକୁ ଆସିଥିଲେ । ଏହା ପୂର୍ବରୁ ୧୯୯୯ ମସିହାରେ ସେ ବିରୋଧୀ ଦଳ ନେତା ଭାବେ ଦାୟିତ୍ୱ ତୁଲାଇ ସାରିଥିଲେ ।
BREAKING NEWS
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
Comments are closed.