Latest Odisha News

ଟିକେଟ୍ ଫେରାଇଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି

ଭୁବନେଶ୍ଵର: ଟିକେଟ୍ ଫେରାଇଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି । ଦଳ ଫଣ୍ଡିଂ ନ ଦେବାରୁ ସୁଚରିତା ଟିକେଟ୍‌ ଫେରାଇଥିବା ନେଇ ଏଆଇସିସିକୁ ଜଣାଇଛନ୍ତି । ବିନା ପାର୍ଟି ଫଣ୍ଡିଂରେ ପ୍ରଚାର କରିବା ସମ୍ଭବ ନୁହେଁ ବୋଲି ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଏଆଇସିସି ସାଧାରଣ ସମ୍ପାଦକ କେ.ସି ବେଣୁଗୋପାଳଙ୍କ ନିକଟକୁ ପଠାଇଥିବା ଇ-ମେଲ ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି ସୁଚରିତା ।

BjdElectrycity

ସୁଚରିତା କହିଛନ୍ତି ଯେ, ପୁରୀ ଲୋକସଭା ଅଧୀନ ୭ ବିଧାନସଭା ଆସନରେ ଦୁର୍ବଳ ପ୍ରାର୍ଥୀ ଦିଆଯାଇଛି । ୪ ବିଧାନସଭା ଆସନରେ ପ୍ରାର୍ଥୀ ପରିବର୍ତ୍ତନ ପାଇଁ ଦଳକୁ ଅନୁରୋଧ କରିଥିଲି । ହେଲେ ଦଳ କୌଣସି ପଦକ୍ଷେପ ନେଇନାହିଁ । ସେପଟେ ପ୍ରଚାର ପାଇଁ ଦଳ ପକ୍ଷରୁ କୌଣସି ଫଣ୍ଡିଂ ଦିଆଯାଉନାହିଁ ଅଭିଯୋଗ କରିଛନ୍ତି ସୁଚରିତା ମହାନ୍ତି । ବିନା ଫଣ୍ଡିଙ୍ଗରେ କ୍ୟାମ୍ପେନିଙ୍ଗ ସମ୍ଭବ ନୁହେଁ ବୋଲି କହିଛନ୍ତି କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି ।

ଲୋକସଭା ନିର୍ବାଚନ ପାଇଁ ଗତ ମାସ ୧୯ ତାରିଖରେ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଗତ ମାସ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିଲା । ଆଗକୁ ଆଉ ୫ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ସେହିପରି ମେ ୧୩ ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ପୁରୀରେ ମେ ୨୫ ତାରିଖରେ ଭୋଟିଂ ହେବ । ଏଥିପାଇଁ ନାମାଙ୍କନ ଭରିବାକୁ ଆଉ ମାତ୍ର ୨, ୩ ଦିନ ରହିଲା । ଏହା ଭିତରେ ସୁଚରିତା ଟିକେଟ୍ ଫେରାଇବା ପରେ ଏହି ଆସନରୁ କଂଗ୍ରେସ ପୁଣି କାହାକୁ ପ୍ରାର୍ଥୀ କରିବ ବୋଲି ଦ୍ୱନ୍ଦ୍ୱ ଉପୁଜୁଛି ।

Leave A Reply

Your email address will not be published.