Latest Odisha News

ଧାମନଗର ପାଇଁ କଂଗ୍ରେସର ୩୦ ଜଣ ଷ୍ଟାର ପ୍ରଚାରକ

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କରିଛି ଷ୍ଟାର ପ୍ରଚାରକ ତାଲିକା । ପ୍ରକାଶିତ ତାଲିକାରେ କଂଗ୍ରେସ ଓଡ଼ିଶା ପ୍ରଭାରୀ ତଥା ସାଂସଦ ଡ. ଏ ଚେଲ୍କା କୁମାରଙ୍କ ସମେତ ସହ ପ୍ରଭାରୀ ତଥା ଏଆଇସିସି ସମ୍ପାଦକ ଜି ରୁଦ୍ରରାଜୁ ଏବଂ ପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ପ୍ରଥମେ ରହିଛନ୍ତି ।

କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସହ ୩ ଜଣ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ ଏବଂ ପିସିସି କାଯ୍ୟକାରୀ ସଭାପତି ଚିରଞ୍ଜିବ ବିଶ୍ୱାଳ ରହିଛନ୍ତି । ପୂର୍ବତନ ସାଂସଦ ତଥା  ଏଆଇସିସି ପ୍ରଭାରୀ ଭକ୍ତ ଚରଣ ଦାଶ, ଏଆଇସିସି ସମ୍ପାଦକ ଶରତ ରାଉତ, ଏଆଇସିସି ସମ୍ପାଦକ ତଥା ସାଂସଦ ସପ୍ତଗିରି ଉଲ୍ଲାକା ଷ୍ଟାର ପ୍ରଚାରକ ତାଲିକାରେ ଅଛନ୍ତି ।

ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା, ତାରା ପ୍ରସାଦ ବାହିନୀପତି, ରମେଶ ଜେନା, ଅଧିରାଜ ମୋହନ ପାଣିଗ୍ରାହୀ, ଦାଶରଥି ଗମାଙ୍ଗୋ, ସି ଏସ ରାଜନ ଏକ୍କା  ରହିଥିବା ବେଳେ ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନଗୋ, ଜଗନ୍ନାଥ ପଟ୍ଟନାୟକ, ବିଜୟଲଷ୍ମୀ ସାହୁ, ଓପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଅଛନ୍ତି ।

ପୂର୍ବତନ ସାଂସଦ ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ଅନନ୍ତ ସେଠୀ, ଅଖିଳ ମହିଳା କଂଗ୍ରେସ ସମ୍ପାଦିକା ସସ୍ମିତା ବେହେରା, ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ା, ଓଡ଼ିଶା ସେବାଦଳ ଅଧ୍ୟକ୍ଷ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ଯୁବ କଂଗ୍ରେସ ସଭାପତି ଶ୍ରୁତି ରଞ୍ଜନ ଲେଙ୍କା ଓ ଛାତ୍ର କଂଗ୍ରେସ ସଭାପତି  ୟାଶୀର ନୱାଜ ଷ୍ଟାର ପ୍ରଚାରକ ତାଲିକାରେ ଅଛନ୍ତି ।

Leave A Reply

Your email address will not be published.