Latest Odisha News

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ଶିବିର: ୨୫୯ ଜଣ ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ

ଭୁବନେଶ୍ୱର: ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଯୁଗ୍ମ ଶ୍ରମ ଆୟୁକ୍ତ, କାର୍ଯ୍ୟାଳୟ, ଭୁବନେଶ୍ୱର ଦ୍ୱାରା ପରଚାଳିତ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ଶିବିର ଗୀତ ଗୋବିନ୍ଦ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ କଲ୍ୟାଣ ବୋର୍ଡ ଅଧୀନରେ ପଞ୍ଜିକୃତ ୭୨ଜଣ ଶ୍ରମିକଙ୍କ ଉତ୍ତରାଧିକାରୀ/ମନୋନିତ ବ୍ୟକ୍ତିଙ୍କୁ ମୃତ୍ୟୁକାଳୀନ ଓ ଅନ୍ତେଷ୍ଟିକ୍ରୀୟା ସହାୟତା ବାବଦରେ ୭୫,୭୦,୦୦୦ ଟଙ୍କା, ବିବାହକାଳୀନ ସହାୟତା ବାବଦରେ ୭୨ ଜଣଙ୍କୁ ୩୪,୫୦,୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି।

BjdElectrycity

ସେହିପରି ଶିକ୍ଷା ସହାୟତା ବାବଦରେ ୧୦୭ ଜଣଙ୍କୁ ୭,୬୭,୦୦୦ ଟଙ୍କା, ପ୍ରସବକାଳୀନ ସହାୟତା ବାବଦରେ ୮ ଜଣଙ୍କୁ ୮୦,୦୦୦ , ସର୍ବମୋଟ ୨୫୯ ଜଣଙ୍କୁ ୧,୧୮,୬୭,୦୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହା ଶିବିରରେ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତା ସ୍ନିଗ୍ଧା ମିଶ୍ର, ମୁଖ୍ୟ ଅତିଥି ଏବଂ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଓଡ଼ିଶାର ଶ୍ରମ ଆୟୁକ୍ତ ଡାକ୍ତର ଏନ .ତିରୁମାଲା. ନାୟକ ଓ ଅତିରିକ୍ତ ଶ୍ରମ ଆୟୁକ୍ତ ନୀଳାମ୍ବର ମିଶାଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

୨୪୩ ଜଣ ନୂତନ ଭାବେ ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କୁ ପରିଚୟ ପତ୍ର ବଣ୍ଟନ କରାଯାଇଥିଲା। ଏହି ଶିବିରକୁ ପ୍ରଭଗୀୟ ଶ୍ରମ ଆୟୁକ୍ତ, ଭୁବନେଶ୍ୱର ପ୍ରଣବ କୁମାର ପାତ୍ର ପରିଚାଳନା କରିଥିଲେ। ସହକାରୀ ଶ୍ରମ ଅଧିକାରୀ ପ୍ରଭାକର ବିଶ୍ୱାଳ ସ୍କୀମ ବିଷୟରେ ଶ୍ରମିକମାନଙ୍କୁ ଅବଗତ କରାଇଥିଲେ। ସହକାରୀ ଶ୍ରମ ଅଧିକାରୀ ରଶ୍ମିତା କୁମାରୀ ପାତ୍ର, ବିକାଶ କୁମାର ନାୟକ ଏବଂ କଲ୍ୟାଣ ସଂଯୋଜକ ଲମ୍ବୋଦର ରାଉତ ଓ ଡାଟା ଏଣ୍ଟ୍ରି ଅପରେଟର ଶିବ ପ୍ରସାଦ ମହାପାତ୍ର ଯୋଗ ଦେଇଥିଲେ। ପରିଶେଷରେ ପିପାସା ମହାପାତ୍ର, ସହକାରୀ ଶ୍ରମ ଅଧିକାରୀ, ଭୁବନେଶ୍ୱର ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.