ଯାଜପୁର: ଆସନ୍ତା ୧୨ ତାରିଖ ରାତି ୮ ଯାଏଁ ବଢ଼ିଲା ଯାଜପୁର ଜିଲ୍ଲା ବ୍ରହ୍ମବରଦା ଅଚଂଳର କଣ୍ଟେନମେଣ୍ଟ ଅବଧି । ଯାଜପୁର ଜିଲ୍ଲାରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏହି ଅଂଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଥିଲା ଜିଲ୍ଲା ପ୍ରଶାସନ ।
ତେବେ ଆଜି ରାତି ଆଠଟାରେ ଏହି ଅବଧି ସରୁଥିବା ବେଳେ ପ୍ରଶାସନ ପକ୍ଷରୁ ଏହାକୁ ପୁଣି ଥରେ ବଢ଼ାଯାଇଛି । ଆସନ୍ତା ୧୨ ତାରିଖ ରାତି ୮ ପର୍ୟ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ ଆଜି ଏହି ସୂଚନା ଦେଇଛନ୍ତି।
ସେପଟେ ଯାଜପୁର ଜିଲ୍ଲାରେ ଲକ ଡାଉନ ଚାଲିଥିବା ବେଳେ ଆଇନ ଅମାନ୍ୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଜାରି ରହିଛି । ଗତକାଲି ଗୋଟିଏ ଦିନରେ ୩୦୨ଟି ବାଇକ ଜବତ ହେବା ସହିତ ଆଇନ ଖିଲାପକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି ।
ଜିଲାରେ କୋରୋନା ରୋଗୀଙ୍କ ଚିକିତ୍ସା ପାଇଁ ଟାଟା ମେଡିକାଲକୁ ପ୍ରସ୍ତୁତ କରାଯାଇଛି । ଖୁବ ଶିଘ୍ର ଏହାର ଲୋକାର୍ପଣ କରାଯିବ ଏବଂ ଏଥିପାଇଁ ଆବଶ୍ୟକ ଭିତିଭୂମି ଯୋଗାଇ ଦିଆଯାଇଛି ବୋଲି ଜିଲ୍ଲାପାଳ କହିଛନ୍ତି ।
BREAKING NEWS
- ବିିସିସିଆଇ ସହ ବିବାଦ: ବିସିବି ସହ ଆଲୋଚନା କରିବ ଆଇସିସି
- ରାୟଗଡ଼ାରେ ୪ ଛାତ୍ର ପୋଡ଼ିଯିବା ଘଟଣା; ଶିକ୍ଷକଙ୍କ ଦରମା ବନ୍ଦ
- ଚର୍ଚ୍ଚାର କାରଣ ସାଜିଛି କୋହଲିଙ୍କୁ ନେଇ ମଂଜ୍ରେକରଙ୍କ ବୟାନ
- ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
- ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ
- ବିଜୟ ହଜାରେ ଟ୍ରଫି: ଗୁଜରାଟ ନିକଟରୁ ଶୋଚନୀୟ ଭାବେ ହାରିଲା ଓଡିଶା
- ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
- ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ
- କରୀନାଙ୍କ ପ୍ରେମରେ ପଡିଛନ୍ତି କି କାର୍ତିକ
- Government new rules ସାବଧାନ!ରାସ୍ତାରେ ପାନ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା
Comments are closed.