ନୂଆଦିଲ୍ଲୀ: ଦିଲ୍ଲୀରେ ନାଗରିକତା ନିଆଁ ଉଗ୍ର ହେବାରେ ଲାଗିଛି । ସିଏଏକୁ ବିରୋଧ କରି ବ୍ୟାପକ ପୋଡାଜଳା ସାଙ୍ଗକୁ ପ୍ରାଣହାନୀ ହୋଇଛି । ଏହା ଦିଲ୍ଳୀ ସରକାରଙ୍କ ଏବେ ମୁଣ୍ଡବିନ୍ଧାର କାରଣ ପାଲଟିଛି । ହିଂସାକୁ ନେଇ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବୈଠକ କରିଛନ୍ତି ।
ବୈଠକ ଶେଷ ହେବା ପରେ କେଜ୍ରିୱାଲ କହିଛନ୍ତି, କମ ପୋଲିସ କର୍ମଚାରୀ ଥିବାରୁ ହିଂସାକାଣ୍ଡକୁ ସହଜରେ ନିୟନ୍ତ୍ରଣ କରାଯାଇ ପାରୁ ନାହିଁ । ଦିଲ୍ଳୀ ବାହାରୁ ଅରାଜକ ତତ୍ୱ ଆସୁଥିବାରୁ ଦିଲ୍ଲୀ ସୀମାକୁ ସିଲ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଦିଲ୍ଲୀର ସମସ୍ତ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଶାନ୍ତି ବଜାୟ ରଖିବା ପାଇଁ ଦିଲ୍ଲୀବାସୀଙ୍କୁ କେଜ୍ରିୱାଲ ଅପିଲ୍ କରିଛନ୍ତି । ଦିଲ୍ଲୀର ହିଂସାଗ୍ରସ୍ତ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି । ସେପଟେ ଉତ୍ତରପୂର୍ବ ଦିଲ୍ଲୀରେ ଏକ ମାସ ପାଇଁ ୧୪୪ ଧାରା ଜାରି କରାଯାଇଛି ବୋଲି କେଜ୍ରିୱାଲ କହିଛନ୍ତି ।
ସେପଟେ ଅଧିକ ସଂଖ୍ୟକ ପୋଲିସ ମୁତୟନ କରାଯିବା ଲାଗି କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କେଜ୍ରିୱାଲଙ୍କୁ ଆଶ୍ୱାସନା ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ଉତ୍ତରପୂର୍ବ ଦିଲ୍ଲୀର ମୌଜପୁରରେ ସୋମବାର ବିରୋଧୀ ଓ ସପକ୍ଷବାଦୀ ଆନ୍ଦୋଳନକାରୀ ମୁହାଁମୁହିଁ ହୋଇଥିଲେ । ପରେ ଏହା ଉଗ୍ର ରୂପ ନେଇଥିଲା । ଦୁଇ ଦଳ ମଧ୍ୟରେ ସଂଘର୍ଷ ଘଟି ୭ ଜଣ ପ୍ରାଣ ହରାଇଥିବା ବେଳେ ଶହେରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡିଛି ।
BREAKING NEWS
- Fuel Surcharge Hike: ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ବଢ଼ିଲା ଫୁଏଲ ସରଚାର୍ଜ, ବିମାନ ଯାତ୍ରା ମହଙ୍ଗା
- ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ଅଭିଯାନ; ୧୦ ହଜାରରୁ ଅଧିକ ମହିଳାଙ୍କୁ କିଟ୍ ଓ ସଚେତନତା ବାଣ୍ଟିଲା ଟିପିଏସ୍ଓଡିଏଲ୍
- ବିଜେଡିକୁ ଶକ୍ତ ଝଟ୍କା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
- ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ
- ଏଥର ଟି୨୦ରେ ବୁମରାହଙ୍କୁ କମ ଦେଖିବାକୁ ମିଳିବ
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
Comments are closed.