ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ମାତ୍ର ୨ ଦିନରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୨୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର ମିଟର ।
ଗତ ୨୪ ଘଣ୍ଟାରେ ସର୍ବାଧିକ ୬୭,୧୫୧ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ ସଂଖ୍ୟା ୩୨,୩୪,୪୭୫ ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦେଶରେ ୧,୦୫୯ ଜଣଙ୍କର ମୃତ୍ୟୁ ରେକର୍ଡ ହୋଇଛି । ଏହାକୁ ମିଶାଇ ଦେଶର ମୋଟ ମୃତ୍ୟୁ ସଂଖ୍ୟା ୫୯,୪୪୯ ରେ ପହଞ୍ଚିଛି।
ବର୍ତ୍ତମାନ ସୁଦ୍ଧା ଦେଶରେ ୭,୦୭,୨୬୭ ଟି ସକ୍ରିୟ ମାମଲା ରହିଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା ୨୪,୬୭,୭୫୯ ଛୁଇଁଛି ।
ଦେଶରେ ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ, ବିହାର, ଉତ୍ତରପ୍ରଦେଶ ଆଦି ରାଜ୍ୟରେ ସଂକ୍ରମଣ ବଢୁଛି । ସେହିପରି ଟେଷ୍ଟିଂ କ୍ଷମତା ବି ବୃଦ୍ଧି କରାଯାଇଛି । ବର୍ତ୍ତମାନ ଦେଶରେ ପ୍ରତିଦିନ ପାଖାପାଖି ୫ ଲକ୍ଷରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟ କରାଯାଉଛି ।
Comments are closed.