ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୩୪,୯୫୬ ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୭ ଜଣ ପ୍ରାଣ ହରାଇଛନ୍ତି । ଦେଖୁ ଦେଖୁ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦,୦୩,୮୩୨ ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ।
ଏଯାବତ୍ କରୋନାରେ ସଂକ୍ରମିତ ହୋଇ ୩,୪୨,୪୩୭ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ୨୫,୬୦୨ ଜଣ ପ୍ରାଣ ହରାଇଛନ୍ତି । ୬,୩୫,୭୫୭ ହଜାର ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।
ସେହିପରି ସଂକ୍ରମିତ ସଂଖ୍ୟାରେ ତୃତୀୟ ସ୍ଥାନରେ ପହଞ୍ଚିଛି ଭାରତ । ଭାରତ ଉପରକୁ ଦ୍ଵିତୀୟ ସ୍ଥାନରେ ରାହିଛି ବ୍ରାଜିଲ ଓ ପ୍ରଥମ ସ୍ଥାନରେ ରାହିଛି ଆମେରିକା ।
Comments are closed.