ନୂଆଦିଲ୍ଲୀ: ମହାମାରୀ କରୋନା ପ୍ରଭାବରେ ଭାରତ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହି ସଂଖ୍ୟା ୩୫୭୭ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।
ଏଥିସହିତ କରୋନାଭାଇରସ ସଂକ୍ରମଣରେ ଏପର୍ଯ୍ୟନ୍ତ ୮୩ ଜଣଙ୍କର ମୃତ୍ୟୁ ଘଟିଥିବା ସରକାରୀ ରିପୋର୍ଟରେ ପ୍ରକାଶ ।
ଆକ୍ରାନ୍ତଙ୍କ ମଧ୍ୟରୁ ୨୭୫ ଜଣ ଚିକିତ୍ସିତ ରୋଗୀ ଡିସଚାର୍ଜ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।
ଗତ ୨୪ ଘଣ୍ଟାରେ ଭାରତରେ ୫୦୫ ଜଣ ବ୍ୟକ୍ତି ନୂଆକରି ସଂକ୍ରମିତ ହୋଇଥିବା ରିପୋର୍ଟରେ ପ୍ରକାଶ ।
ଭାରତର ମହାରାଷ୍ଟ୍ର ରାଜ୍ୟ କରୋନାରେ ସର୍ବାଧିକ ଆକ୍ରାନ୍ତ । ସଦ୍ୟତମ ରିପୋର୍ଟ ଅନୁଯାୟୀ ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୯୦ରେ ପହଞ୍ଚିଛି ।
ଏହି ଭାଇରସର ଵିସ୍ତାରକୁ ଦୃଷ୍ଟିରେ ରଖି ଭାରତ ସରକାର ଆଗାମୀ ଏପ୍ରିଲ ୧୫ ତାରିଖ ଯାଏଁ ସାରାଦେଶକୁ ଲକଡାଉନ କରି ଦେଇଛନ୍ତି ।
Comments are closed.