Latest Odisha News

BREAKING NEWS

ଗତ ୨୪ଘଣ୍ଟା ଭିତରେ ୧୪୬ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୮୬ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୬୦କେସ୍ ରହିଛି । ଏଥିମଧ୍ୟରୁ ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୫ଜଣ କୋଭିଡ଼ ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ବାଲେଶ୍ୱରରୁ ୪ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୪ଜଣ, ଦେବଗଡ଼ରୁ ୩ଜଣ, ଢ଼େଙ୍କାନାଳରୁ ଜଣେ, ଗଞ୍ଜାମରୁ ୨ଜଣ, ଯାଜପୁରରୁ ୩ଜଣ, କେନ୍ଦ୍ରାପଡ଼ାରୁ ୩ଜଣ, ଖୋର୍ଦ୍ଧାରୁ ୭୨ଜଣ, ମୟୁରଭଞ୍ଜରୁ ଜଣେ, ନୟାଗଡ଼ରୁ ୩ଜଣ, ପୁରୀରୁ ୪ଜଣ, ସମ୍ବଲପୁରରୁ ୭ଜଣ, ସୁନ୍ଦରଗଡ଼ରୁ ୯ଜଣ, ଷ୍ଟେଟ୍ ପୁଲରୁ ୧୬ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୦ଲକ୍ଷ ୫୩ହଜାର ୧୬୬ଜଣ କୋଭିଡ଼ ପଜିଟି ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦ଲକ୍ଷ ୪୨ହଜାର ୮୭୫ଜଣ ସୁସ୍ଥ ଅଛନ୍ତି । ଏବେ ସୁଦ୍ଧା ୧ହଜାର ୭୯୨ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Leave A Reply

Your email address will not be published.