ନୂଆଦିଲ୍ଲୀ: କରୋନା ପାଇଁ କଟିବନି ଅବସରପ୍ରାପ୍ତ କର୍ମଚାରୀଙ୍କ ପେନ୍ସନ୍ । ପେନ୍ସନ୍ ବନ୍ଦ କରିବାକୁ ମଧ୍ୟ କୌଣସି ପ୍ରସ୍ତାବ ନାହିଁ ବୋଲି ଆଜି ସ୍ପଷ୍ଟ କରିଛନ୍ତି କେନ୍ଦ୍ର ସରକାର ।
ଏ ସମ୍ପର୍କରେ ମନ୍ତ୍ରଣାଳୟର ପେନସନ ଓ ପେନସନଭୋଗୀ କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି ଯେ କରୋନା ମହାମାରୀ କାଳରେ ନାନା ପ୍ରକାର ଗୁଜବ ପ୍ରଚାରିତ ହେଉଛି । ପେନସନ ବନ୍ଦ ଓ ହ୍ରାସ ନେଇ ଏମିତି କିଛି ଗୁଜବ ପ୍ରଚାରିତ ହେବା ଫଳରେ ଏହା ପେନସନଭୋଗୀଙ୍କ ଚିନ୍ତା ବଢ଼ାଇଛି । ତେବେ ଏହା ଏକ ଗୁଜବ ଏବଂ ଏଥିରେ କୌଣସି ସତ୍ୟତା ନାହିଁ ।
ସରକାରଙ୍କର ପେନସନ ହ୍ରାସ କିମ୍ବା ବନ୍ଦ କରିବାର କୌଣସି ପ୍ରସ୍ତାବ ନାହିଁ ଏବଂ ଏପରି ଗୁଜବରେ ବିଶ୍ୱାସ ନ କରିବାକୁ ବିଭାଗ ପକ୍ଷରୁ କୁହାଯାଇଛି । ବିଭାଗ ପକ୍ଷରୁ ଆହୁରି କୁହାଯାଇଛି ଯେ ପେନସନ ବନ୍ଦ କିମ୍ବା ହ୍ରାସ କରିବାର ବିଚାର ମଧ୍ୟ ସରକାରଙ୍କର ନାହିଁ । କୌଣସି ଗୁଜବରେ ବିଭ୍ରାନ୍ତ ନହେବାକୁ ବିଭାଗ ପକ୍ଷରୁ ପେନସନଭୋଗୀଙ୍କୁ ପରାମର୍ଶ ଦିଆଯାଇଛି ।
BREAKING NEWS
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC

Comments are closed.