Latest Odisha News

BREAKING NEWS

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର: କରୋନାରେ ପୁଣି ଦୁଇଜଣଙ୍କ ମୃତ୍ୟୁ । ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଦୁଇଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

କରୋନା ଜନିତ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି । ଭୁବନେଶ୍ୱରରୁ ୬୨ବର୍ଷୀୟ ଓ ବାଲେଶ୍ୱରରୁ ୭୨ ବର୍ଷୀୟ ଜଣେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୪୪୪କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.