କରୋନା ଅପଡେଟ୍: ଓଡିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର:  ଓଡ଼ିଶାରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।

ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮,୦୫୯ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୨୫୫୧ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୨୬,୪୧୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୨୯,୮୧୦ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୨,୯୮,୧୭୪ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୧୬,୫୯,୭୯୧ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।