ଭୁବନେଶ୍ୱର: ଓଡ଼ିଶାରେ ମଙ୍ଗଳବାର ସକାଳ ୧୧ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୫ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୭ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।
ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୧,୨୮୩ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୩୧୫୭ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୩୯,୨୩୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୯୪,୨୭୮ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୩,୨୦,୧୮୮ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୧୯,୦୮,୧୧୧ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.