Latest Odisha News

BREAKING NEWS

ଭୁବନେଶ୍ୱରରେ ୪୦ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି।

ବିଏମସିର ଟ୍ବିଟ୍ ଅନୁଯାୟୀ ୩୭ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫ ଓ ସ୍ଥାନୀୟ ଅଂଚଳରୁ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି ଭୁବନେଶ୍ୱରରେ ୩୪୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୩୦ ଜଣଙ୍କର ମୃତ୍ୟୁ ଘଟିଥିବା ନେଇ ବିଏମସି ପକ୍ଷରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୨୩୬କୁ ବୃଦ୍ଧି ପାଇଛି । ୩୦ ହଜାର ୬୪୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି।

Comments are closed.