Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା, ରାଜ୍ୟରେ ନିୟନ୍ତ୍ରଣରେ ଅଛି ସ୍ଥିତି

ଭୁବନେଶ୍ବର : କରୋନା ମହାମାରୀକୁ ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ସ୍ଥିତି ନିୟନ୍ତ୍ରଣାଧୀନ ଅଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ କେତେକ ଜିଲ୍ଲାରେ ସଂକ୍ରମଣ କମିବା ମଧ୍ୟ ଆରମ୍ଭ କରିଛି । ଏହାସହ ସଂକ୍ରମଣ ହାର ମଧ୍ୟ ହ୍ରାସ ପାଇଛି । ଏସବୁ ପାଇଁ ଲକ୍‌ଡାଉନ ଓ ଲୋକଙ୍କ ମଧ୍ୟରେ ସଚେତନତାକୁ ମୁଖ୍ୟମନ୍ତ୍ରୀ ଶ୍ରେୟ ଦେଇଛନ୍ତି ।

BjdElectrycity

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସଂକ୍ରମଣ ହାରକୁ ସଂପୂର୍ଣ୍ଣ କମାଇବା ପାଇଁ ରାଜ୍ୟ ସରକାର ଲକ୍‌ଡାଉନ ଅବଧିକୁ ଆଉ ଦୁଇ ସପ୍ତାହ ବୃଦ୍ଧି କରିଛନ୍ତି । ଯଦି ସମସ୍ତେ କୋଭିଡ ନିୟମ ମାନି ମାସ୍କ ପିନ୍ଧିବା, ବାରମ୍ବାର ସାବୁନରେ ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲିବା ବନ୍ଦ କରିଦେବା, ତେବେ ଆମେ ନିଶ୍ଚୟ ଏହି ଲଢେଇ ଜିତିପାରିବା । ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ଯୋଗୁ ଅନେକ ପରିବାର ଛାରଖାର ହୋଇଯାଇଛି । ତେଣୁ କୋଭିଡ ମୃତକଙ୍କ ବିଧବା ଏବଂ ବାପା-ମା’ଙ୍କୁ ହରାଇଥିବା ପିଲାମାନେ ଯେପରି ତୁରନ୍ତ ସହାୟତା ପାଇପାରିବେ, ସେଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ସଂକ୍ରମଣ ରୋକିବାକୁ ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଥିବା ସର୍ଭେ ଯେପରି ସଂପୂର୍ଣ୍ଣ ତ୍ରୁଟିଶୂନ୍ୟ ହେବ, ତାକୁ ଆଖି ଆଗରେ ରଖି ଯୋଜନା ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିରେ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ମାନଙ୍କୁ ସକ୍ରିୟ ଭାବେ ସାମିଲ ହେବେ । ସେହିପରି କୋଭିଡରେ ପୀଡିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂପର୍କୀୟମାନେ ରୋଗୀଙ୍କ ଅବସ୍ଥା ସଂପର୍କରେ ଯେପରି ସଠିକ ସୂଚନା ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେଥିପାଇଁ ହେଲ୍ପ ଡେସ୍କ ବ୍ୟବସ୍ଥାରେ ଉନ୍ନତି ଆଣିବା ସହିତ ନିୟୋଜିତ କର୍ମଚାରୀମାନଙ୍କୁ ମାନବିକ ଦୃଷ୍ଟିଭଙ୍ଗୀ ନେଇ କାର୍ଯ୍ୟ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

କୋଭିଡ ନିୟନ୍ତ୍ରଣ ପାଇଁ ଟିକାକରଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଟିକାକରଣ କେନ୍ଦ୍ରରେ ସାମାଜିକ ଦୂରତା ରଖିବାକୁ ପରାମର୍ଶ ଦେଇଛନ୍ତି । ଲୋକମାନେ ଯେପରି ସୁବିଧାରେ ଟିକାକରଣ କେନ୍ଦ୍ରରେ ପହଞ୍ଚି ଟିକା ନେଇପାରିବେ, ସେଥିପାଇଁ ସେମାନଙ୍କୁ ଟିକାକରଣ କେନ୍ଦ୍ରର ସ୍ଥାନ ଓ ସମୟ ସଂପର୍କରେ ପୂର୍ବରୁ ସୂଚନା ଦେବା ପାଇଁ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.