ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିିଛି ମାରାତ୍ମକ ଭୂତାଣୁ କରୋନା । ଏଯାଏଁ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଟପିଲାଣି । ତେବେ ଏହାରି ଭିତରେ ଏକ ଚକିତ କଲା ଭଳି ଘଟଣା ସାମ୍ନାକୁ ଆସିଛି । ଜଣେ କରୋନା ସନ୍ଦିଗ୍ଧଙ୍କୁ ଟେଷ୍ଟ ପାଇଁ ନିଆଯାଉଥିବା ବେଳେ ସେ ମେଡିକାଲ ଛାତ ଉପରୁ ଡେଇଁ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି । ଏଭଳି ଘଟଣା ଘଟିଛି ନୂଆଦିଲ୍ଲୀର ଏମ୍ସ ହସ୍ପିଟାଲରେ ।
ଏମ୍ସର ଟ୍ରମା ସେଂଟରରେ ଭର୍ତ୍ତି ହୋଇଥିବା ଜଣେ ୩୭ ବର୍ଷୀୟ ବୟସ୍କ ବ୍ୟକ୍ତି ଶନିବାର ରାତିରେ ହସ୍ପିଟାଲର ତୃତୀୟ ମହଲାରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ସେ ଏଥିରୁ ବର୍ତ୍ତି ଯାଇଥିବା ବେଳେ ତାଙ୍କ ଦୁଇ ଗୋଡ ଭାଙ୍ଗି ଯାଇଛି । ସେ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିବା ପରେ ତାଙ୍କୁ ପ୍ରଥମେ କ୍ୱାରେଣ୍ଟାଇନରେ ରଖାଯାଇଥିଲା । ଏହାପରେ ତାଙ୍କ ସ୍ୱାବ ପରୀକ୍ଷା ପାଇଁ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିଲା । ଏହି ସମୟରେ ସେ ଖସି ପଳାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ବେଳେ ଏଯାଏଁ ତାଙ୍କ କରୋନା ଟେଷ୍ଟ ରିପୋର୍ଟ ଆସି ନାହିଁ ।
BREAKING NEWS
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC
- ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ: ମିଡିଆ 11 ଟିମ୍ ଚମ୍ପିୟାନ

Comments are closed.