ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ।
ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୪୪୭ ରେ ପହଞ୍ଚିଥିବା ବେଳେ ୩୫୮୩ ଜଣଙ୍କର ମୃତ୍ୟୁ ଘଟିଛି ।
ଗତ ୨୪ ଘଣ୍ଟାରେ ସର୍ବାଧିକ ୬୦୮୮ ଜଣ ବ୍ୟକ୍ତି ନୂଆକରି କରୋନା ଆକ୍ରାନ୍ତ ହୋଇଥିବା ବେଳେ ୧୪୮ ଜଣ ପ୍ରାଣ ହରାଇଛନ୍ତି ।
ଦିଲ୍ଲୀ, ମୁମ୍ବାଇ, ଅହମଦାବାଦ ଓ ଚେନ୍ନାଇ ଭଳି ମହାନଗରରେ ସ୍ଥିତି ଉଦବେଗ ଜନକ । ମହାରାଷ୍ଟ୍ରରେ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ଅଧିକ ସର୍ବାଧିକ ରହିଛି ।
ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ଟପିଛି ।
Comments are closed.