Latest Odisha News

ସଂକ୍ରମଣରେ ୮ମ ସ୍ଥାନରେ ଭାରତ: ୧ ଲକ୍ଷ ୯୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ ବେକାବୁ ହେଉଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । କରୋନା ସଂକ୍ରମଣରେ ଅନ୍ୟ ଦେଶକୁ ପଛରେ ଛାଡି ୮ମ ସ୍ଥାନରେ ପହଞ୍ଚିଛି ଭାରତ। ଯାହା ନିହାତି ପକ୍ଷେ ଏକ ଚିନ୍ତାର ବିଷୟ।

ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୯୦,୫୩୫ ରେ ପହଞ୍ଚିଥିବା ବେଳେ ୫୩୯୪ ଜଣଙ୍କର ମୃତ୍ୟୁ ଘଟିଛି ।

ଭାରତରେ ଏପର୍ଯ୍ୟନ୍ତ ୯୧୮୧୯ ଲୋକ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ପ୍ରଦାନ କରିଛି ।

ଗତ ୨୪ ଘଣ୍ଟାରେ ସର୍ବାଧିକ ୮୩୯୨ ଜଣ ବ୍ୟକ୍ତି ନୂଆକରି କରୋନା ଆକ୍ରାନ୍ତ ହୋଇଥିବା ବେଳେ ସର୍ବାଧିକ ୨୩୦ ଜଣ ପ୍ରାଣ ହରାଇଛନ୍ତି ।

ଦିଲ୍ଲୀ, ମୁମ୍ବାଇ, ଅହମଦାବାଦ ଓ ଚେନ୍ନାଇ ଭଳି ମହାନଗରରେ ସ୍ଥିତି ଉଦବେଗ ଜନକ । ମହାରାଷ୍ଟ୍ରରେ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ଅଧିକ ସର୍ବାଧିକ ରହିଛି ।

Comments are closed.