Latest Odisha News

BREAKING NEWS

ଆଉ ୪୫୬ ନୂଆ ଆକ୍ରାନ୍ତଙ୍କ ସହ ରାଜ୍ୟରେ ସାଢ଼େ ୯ ହଜାର ଟପିଲା କରୋନା ମାମଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୪୫୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୬ ରେ ପହଞ୍ଚିଛି ।ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୩୦୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୪୭ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏଥିମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ପିଜିଟିଭ ମାମଲା ଚିହ୍ନଟ କରାଯାଇଛି ।

ଚିହ୍ନଟ ହୋଇଥିବା ୪୫୬ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧ଜଣ, ବାଲେଶ୍ୱର ଜିଲ୍ଲା ୧୪ଜଣ, ବରଗଡ ୩୩, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୩ଜଣ, ଗଞ୍ଜାମ ୧୧୬ଜଣ, ଯାଜପୁର ଜିଲ୍ଲାରୁ ୫୭, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୩ , କେନ୍ଦ୍ରାପଡା ଜିଲ୍ଲାରେ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧ଜଣ, ଢେଙ୍କାନାଳ ୧,  ଗଜପତି ୧, ଜଗତସିଂହପୁର ୨୩, କଳାହାଣ୍ଡି ୧, କୋରାପୁଟ ୧୦, ମୟୂରଭଞ୍ଜ ୮, ନବରଙ୍ଗପୁର ୨୪, ନୟାଗଡ ୪, ପୁରୀ ୩, ରାୟଗଡା ୧୩, ସମ୍ବଲପୁର ୧୫, ସୁନ୍ଦରଗଡ ୨୦ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୫୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.