ଭୁବନେଶ୍ୱର: ରାଜ୍ୟର ତୃତୀୟ କରୋନା ଆକ୍ରାନ୍ତ ୧୧୨ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି । ସେ ‘ସୁପର ସ୍ପ୍ରେଡର’ ପାଲଟିବାର ଆଶଙ୍କା ପ୍ରକାଶ ପାଇଛି । ଆଜି ଏନେଇ ସବିଶେଷ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ କୋଭିଡ-୧୯ ମୁଖପାତ୍ର ସୁବ୍ରୋତ ବାଗଚୀ ।
ତୃତୀୟ କରୋନା ସଂକ୍ରମିତ ଜଣକ ବିମାନରେ ୩୨ ଜଣଙ୍କ ସଂସ୍ପର୍ଶରେ ଆସିଥିବା ବେଳେ ଘରେ ଝିଅ, ସ୍ତ୍ରୀ, ଡ୍ରାଇଭର ଏବଂ ୩ ଜଣ ସହାୟିକାଙ୍କ ସଂସ୍ପର୍ଶରେ ଆସିଛନ୍ତି । ସେହିପରି ବ୍ୟାଙ୍କର ୪୪ଜଣ, ବିଧାନସଭାର ୭ଜଣ, କ୍ଲିନର ୨୧ ଜଣ ଏବଂ ରକ୍ତ ପରୀକ୍ଷା କରାଇଥିବା ପାଥୋଲାବରେ ୩ ଜଣଙ୍କ ସଂସ୍ପର୍ଶରେ ଆସିଥିବା ନେଇ ବାଗଚୀ ସ୍ପଷ୍ଟ କରିଛନ୍ତି ।
ତେବେ ଆକ୍ରାନ୍ତଙ୍କ ସହ ସଂସ୍ପର୍ଶରେ ଆସିଥିବା ୧୧୨ ଜଣଙ୍କ ମଧ୍ୟରୁ ୧୫ ଜଣଙ୍କ ସହ ଯୋଗାଯୋଗ ହୋଇ ପାରି ନାହିଁ । ଅନ୍ୟ ସମସ୍ତଙ୍କ ସହ ଯୋଗାଯୋଗ ହୋଇଛି । ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କ ନମୁନା ପରୀକ୍ଷା ପାଇଁ ପଠାଯାଇଛି । ସେଥିମଧ୍ୟରୁ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି । ଅନ୍ୟ ୧୦ଟି ରିପୋର୍ଟକୁ ଅପେକ୍ଷା ରହିଛି ବୋଲି ବାଗଚୀ କହିଛନ୍ତି ।
ସେପଟେ ୩ ପଜିିଟିଭ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଅଛି । ସମସ୍ତେ ଅନ୍ୟ ରୋଗୀଙ୍କ ଭଳି ହସ୍ପିଟାଲ ରନ୍ଧା ଖାଦ୍ୟ ଖାଉଛନ୍ତି ବୋଲି ସୁବ୍ରୋତ ବାଗଚୀ କହିଛନ୍ତି ।
BREAKING NEWS
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- କମାଣ୍ଡର ଚେଲ୍ଲୁରି ନାରାୟଣ ରାଓଙ୍କ ସମେତ ୮ ନକ୍ସଲଙ୍କ ଆତ୍ମସମର୍ପଣ ,ମୁଣ୍ଡରେ ଥିଲା ୨୫ଲକ୍ଷ
Comments are closed.