ବେଜିଂ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଚୀନରେ ମୃତ୍ୟୁ ସଂଖ୍ୟା ୨୭୮୮ରୁ ଅଧିକ ଟପିଲାଣି । ଏହାବ୍ୟତିତ ୭୮, ୮୨୪ରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।
ଚୀନର ଜାତୀୟ ସ୍ୱାସ୍ଥ୍ୟ କମିଶନଙ୍କ ସୂଚନାନୁଯାୟୀ କରୋନା ଭାଇରସ୍ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପାଖାପାଖି ୩୨୭ ଜଣ ବ୍ୟକ୍ତି ନୂଆ ଆକ୍ରାନ୍ତ ହୋଇଥିବା ନେଇ ଜଣାପଡିଛି ।
ଆହୁରି ମଧ୍ୟ କରୋନା ଭାଇରସ୍ ପ୍ରଭାବରେ ନାଇଜେରିଆରେ ପ୍ରଥମ ଥର ଭାବେ ଜଣେ ବ୍ୟକ୍ତି ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି ।
ଅଧିକ ପଢନ୍ତୁ: କରୋନା ଭାଇରସ୍ ଆତଙ୍କ: କ’ଣ ନ’କରିବା ଉଚିତ୍ ଜାଣନ୍ତୁ…
ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୨୫ରୁ ଅଧିକ ଦେଶକୁ ମଧ୍ୟ କୋରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।
Comments are closed.