Latest Odisha News

କରୋନା ଅପଡେଟ: ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ଛୁଇଁଲା, ୪୧୪ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଗୁରୁବାର ଦିନ ୧୨,୩୮୦ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଯାବତ୍ କରୋନାରେ ସଂକ୍ରମିତଙ୍କ ପ୍ରାୟ ୧୦,୪୭୭ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୪୧୪ ଜଣ ପ୍ରାଣ ହରାଇଛନ୍ତି ।

ଆହୁରି ମଧ୍ୟ ସମସ୍ତ ୧୪୮୯ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ମେଡିକାଲରୁ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ସୂଚନାଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର, ବ୍ରିଟେନ ଓ ୟୁରୋପ ଭଳି ପାଖାପାଖି ୨୦୬ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.