Latest Odisha News

BREAKING NEWS

ଭାରତରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ଟପିଲା, ୫୯୦ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ମଙ୍ଗଳବାର ଦିନ ୧୮,୬୦୧ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୧୪,୭୫୯ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୫୯୦ ଜଣ ପ୍ରାଣ ହରାଇଛନ୍ତି ।

ସେହିପରି ଗତ ୨୪ ଘଣ୍ଟାରେ ଭାରତରେ ମୋଟ୍ ୪୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩୩୬ ନୂଆ କରୋନା ସଂକ୍ରମଣ ମାମଲା ରେକର୍ଡ ହୋଇଛି।

 

ଏନେଇ ଟ୍ବିଟ କରିଛି ଏଏନଆଇ ନ୍ୟୁଜ ସରବରାହ ସଂସ୍ଥା।

ଆହୁରି ମଧ୍ୟ ସମସ୍ତ ୩୨୫୨ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର, ବ୍ରିଟେନ ଓ ୟୁରୋପ ଭଳି ପାଖାପାଖି ୨୦୫ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.