Latest Odisha News

BREAKING NEWS

ଭାରତରେ ଦ୍ରୁତ ଗତିରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୬୨ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଏହି ସଂଖ୍ୟା ୨୫୦୦ରୁ ଅଧିକ ଟପିଛି ବୋଲି କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏହାବ୍ୟତିତ କରୋନାଭାଇରସ ସଂକ୍ରମଣରେ ଦେଶରେ ୬୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।

ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୩୨୨ଟି ଆକ୍ଟିଭ କେସ୍ ଏବଂ ୧୬୨ ଜଣ ଚିକିତ୍ସିତ ରୋଗୀ ଡିସଚାର୍ଜ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।

ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ୨୧ ଦିନିଆ ଲକଡାଉନ ଜାରି କରାଯାଇଛି ।

ଉଲ୍ଲେଖଯୋଗ୍ୟ, ଏହି କରୋନା ଭୂତାଣୁ ଧୀରେଧୀରେ ଇଂଲଣ୍ଡ, ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୯୮ରୁ ଅଧିକ ଦେଶକୁ ମଧ୍ୟ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.