Latest Odisha News

BREAKING NEWS

ଦେଶରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୮୦୦୦ ଛୁଇଁଲା, ୨୭୩ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ରବିବାର ଦିନ ଏହି ସଂଖ୍ୟା ୮୩୫୬ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୭୩୬୭ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୨୭୩ ଜଣ ପ୍ରାଣ ହରାଇଛନ୍ତି ।

ଆହୁରି ମଧ୍ୟ ସମସ୍ତ ୭୧୫ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର, ବ୍ରିଟେନ ଓ ୟୁରୋପ ଭଳି ପାଖାପାଖି ୨୦୪ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.