Latest Odisha News

BREAKING NEWS

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୧କୁ ବୃଦ୍ଧି, ୨୯ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ଏହି ସଂଖ୍ୟା ୧୦୭୧ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

BjdElectrycity

ଏଯାବତ୍ କରୋନାଭାଇରସ ସଂକ୍ରମଣରେ ୨୯ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।

ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୯୪୨ ଜଣ ଆକ୍ଟିଭ କେସ୍ ଏବଂ ୧୦୦ ଜଣ ଚିକିତ୍ସିତ ରୋଗୀ ଡିସଚାର୍ଜ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।

ଅଧିକ ପଢନ୍ତୁ: କରୋନା ମହାମାରୀ: ବିଶ୍ୱରେ ୬ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ସ୍କୁଲ, କଲେଜ ବନ୍ଦ କରାଯିବା ସହ ଗୋଟିଏ ସ୍ଥାନରେ ଅଧିକ ଲୋକଙ୍କ ସମାବେଶ ଉପରେ ମଧ୍ୟ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକଡାଉନ ଜାରି କରାଯାଇଛି ।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଇଂଲଣ୍ଡ, ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୯୦ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.