ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ଏହି ସଂଖ୍ୟା ୧୬୯ରେ ପହଞ୍ଚିଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।
ଆହୁରି ମଧ୍ୟ ସମସ୍ତ ୧୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୧୪୧ ଜଣ ଭାରତୀୟ ଏବଂ ୨୫ ଜଣ ବିଦେଶୀ ନାଗରିକ ରହିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।
ଏନେଇ ଜାତୀୟ ଗଣମାଧ୍ୟମରେ ମଧ୍ୟ ରିପୋର୍ଟ ପ୍ରକାଶ ପାଇଛି।
ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ସ୍କୁଲ, କଲେଜ ବନ୍ଦ କରାଯିବା ସହ ଗୋଟିଏ ସ୍ଥାନରେ ଅଧିକ ଲୋକଙ୍କ ସମାବେଶ ଉପରେ ମଧ୍ୟ ସରକାରଙ୍କ ପକ୍ଷରୁ କଟକଣା ଲଗାଯାଇଥିବା ନେଇ ସୂଚନା ମିଳିଛି ।
ସୂଚନାଯୋଗ୍ୟ, ନିକଟ ଅତୀତରେ ଦେଶରେ କୋଭିଡ -୧୯ରେ ସଂକ୍ରମିତ ହୋଇଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରୁ ଏଯାବତ୍ ମାତ୍ର ୩ ଜଣ ପ୍ରାଣ ହରାଇଛନ୍ତି।
Comments are closed.