Latest Odisha News

BREAKING NEWS

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ଟପିଲା, ୨୪ ଘଣ୍ଟାରେ ୯୮୮୭ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଶନିବାର ଦିନ ୨,୩୬,୬୫୭ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୧,୧୫,୯୪୨ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୬୬୪୨ ଜଣ ପ୍ରାଣ ହରାଇଛନ୍ତି।

ସେହିପରି ଗତ ୨୪ ଘଣ୍ଟାରେ ଭାରତରେ ମୋଟ୍ ୨୯୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯୮୮୭ ନୂଆ କରୋନା ସଂକ୍ରମଣ ମାମଲା ରେକର୍ଡ ହୋଇଛି।

ଆହୁରି ମଧ୍ୟ ସମସ୍ତ ୧,୧୪,୦୭୩ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

Leave A Reply

Your email address will not be published.