Latest Odisha News

BREAKING NEWS

କରୋନା ଅପଡେଟ୍‌; ଗତ ୧୨ ଘଣ୍ଟାରେ ଦେଶରେ ୩୦୨ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ରବିବାର ଦିନ ଏହି ସଂଖ୍ୟା ୩୩୭୪ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଯାବତ୍ କରୋନାଭାଇରସ ସଂକ୍ରମଣରେ ୭୭ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଗତ ୧୨ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୩୦୨ ଆକ୍ରାନ୍ତ ମାମଲା ରେକର୍ଡ କରାଯାଇଛି ।

ଅଧିକ ପଢନ୍ତୁ: କେଉଁ ରାଜ୍ୟରେ କେତେ ରହିଛି କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା, ଜାଣନ୍ତୁ…

ଆହୁରି ମଧ୍ୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନାନୁଯାୟୀ କରୋନା ସଂକ୍ରମଣରୁ ଏପର୍ଯ୍ୟନ୍ତ ୨୬୭ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ, ଏହା ଧୀରେଧୀରେ ଇଂଲଣ୍ଡ, ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୨୦୦ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Comments are closed.