Latest Odisha News

ଦେଶରେ ବଢୁଛି କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ସର୍ବାଧିକ ନୂଆ ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ରବିବାର ଦିନ ଏହି ସଂଖ୍ୟା ୧୨୫୧୦୧ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୬୯୫୯୭ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୩୭୨୦ ଜଣ ପ୍ରାଣ ହରାଇଛନ୍ତି ।

ଆହୁରି ମଧ୍ୟ ସମସ୍ତ ୫୧୭୮୩ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୬୬୫୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ୧୩୭ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.