ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୫୦୯୫ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧୬୬ ଜଣ ପ୍ରାଣ ହରାଇଛନ୍ତି ।

ଆହୁରି ମଧ୍ୟ ସମସ୍ତ ୪୭୨ ଜଣ ଚିକିତ୍ସିତ ରୋଗୀ ଡିସଚାର୍ଜ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ୨୧ ଦିନିଆ ଲକଡାଉନ ଜାରି କରାଯିବା ସହ ଗୋଟିଏ ସ୍ଥାନରେ ଅଧିକ ଲୋକଙ୍କ ସମାବେଶ ଉପରେ ମଧ୍ୟ ସରକାରଙ୍କ ପକ୍ଷରୁ କଟକଣା ଲଗାଯାଇଛି।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୨୦୦ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।