Latest Odisha News

BREAKING NEWS

ଭାରତରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୮୫ ହଜାର ଟପିଲା, ୨୭୫୨ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଶନିବାର ଦିନ ୮୫,୯୪୦ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୫୩,୦୩୫ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୨୭୫୨ ଜଣ ପ୍ରାଣ ହରାଇଛନ୍ତି ।

ସେହିପରି ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ ଭାରତରେ ମୋଟ୍ ୧୦୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୯୭୦ ନୂଆ କରୋନା ସଂକ୍ରମଣ ମାମଲା ରେକର୍ଡ ହୋଇଛି।

ଆହୁରି ମଧ୍ୟ ସମସ୍ତ ୩୦,୧୫୨ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

Leave A Reply

Your email address will not be published.