Latest Odisha News

BREAKING NEWS

ଦେଶରେ ୧୪ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମଙ୍ଗଳବାର ଦିନ ଏହି ସଂଖ୍ୟା ୪,୪୦,୨୧୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ସର୍ବାଧିକ ୧୪,୯୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୩୧୨ ଜଣଙ୍କର ମୃତ୍ୟୁ ଘଟିଛି।

ଆହୁରି ମଧ୍ୟ ସମସ୍ତ ୨,୪୮,୧୯୦ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ଏଯାବତ୍ ଦେଶରେ ୧,୭୮,୦୧୪ କରୋନା ସକ୍ରିୟ ମାମଲା ରହିଥିବା ବେଳେ ପାଖାପାଖି ୧୪,୦୧୧ ଜଣ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.