Latest Odisha News

BREAKING NEWS

ଦେଶରେ ବଢୁଛି କରୋନା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୧୩୯୬ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ଏହି ସଂଖ୍ୟା ୨୭,୮୯୨ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏହାବ୍ୟତିତ ଗତ ୨୪ ଘଣ୍ଟାରେ ଭାରତରେ ପାଖାପାଖି ୧୩୯୬ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ୪୮ ଜଣଙ୍କର ମୃତ୍ୟୁ ଘଟିଛି।

ଯାହାଫଳରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ମୋଟ୍ ୮୭୨ରେ ପହଞ୍ଚିଛି ।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୨୦,୮୩୫ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୬୧୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.